ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ଆସନ୍ତା ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପା
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ଆସନ୍ତା ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୫ ଦିନ ପାଇଁ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande