ପଶ୍ଚିମ ଓଡ଼ିଶାରେ ହଜାରେ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କରିବ ବେଦାନ୍ତ
ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.) - ପଶ୍ଚିମ ଓଡ଼ିଶାରେ ବଡ଼ ହସ୍ପିଟାଲ କରିବା ନେଇ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ ଘୋଷଣା କରିଛନ୍ତି। ପଶ୍ଚିମ ଓଡ଼ିଶାରେ ହଜାରେ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କରିବା ପାଇଁ ବେଦାନ୍ତ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରସ୍ତାବ ଦେଇଛନ୍ତି। ସେ କହିଛନ୍ତି ବେଦାନ୍ତ ଝ
ପଶ୍ଚିମ ଓଡ଼ିଶାରେ ହଜାରେ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କରିବ ବେଦାନ୍ତ


ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.) - ପଶ୍ଚିମ ଓଡ଼ିଶାରେ ବଡ଼ ହସ୍ପିଟାଲ କରିବା ନେଇ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ ଘୋଷଣା କରିଛନ୍ତି। ପଶ୍ଚିମ ଓଡ଼ିଶାରେ ହଜାରେ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କରିବା ପାଇଁ ବେଦାନ୍ତ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରସ୍ତାବ ଦେଇଛନ୍ତି। ସେ କହିଛନ୍ତି ବେଦାନ୍ତ ଝାରସୁଗୁଡ଼ାରେ ୨ ମିଲିଅନ ଟନ୍ ର ସ୍ମେଲଟର ପ୍ଲାଂଟ କରିବ । ୧ ଲକ୍ଷ କୋଟିର ନିବେଶ ହେବ । ପ୍ଲାଂଟ ପାଇଁ ରାଜ୍ୟ ସରକାର ୫୦୦ ଏକର ଜାଗା ଯୋଗାଇ ଦେଇଛନ୍ତି। ସିଜିମାଳୀ ଏବଂ କର୍ଲାପାଟ ଖଣିକୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ପାଇଁ ଆଲୋଚନା ହୋଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande