
ବଲାଙ୍ଗିର/ସମ୍ବଲପୁର, ୨୭ ସେପ୍ଟେମ୍ବର (ହି.ସ.)- ସମ୍ବଲପୁରୀ ଆଲବମ୍ ଅଭିନେତ୍ରୀ ତଥା ଗାୟିକା ଜସ୍ମିନ ମାଝୀ ଆତ୍ମହତ୍ୟା କରିଛନ୍ତି । ସେ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ବୁର୍ଲା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଅଂଚଳରୁ ସାମ୍ନାକୁ ଆସିଛି ଏଭଳି ଏକ ଦୁଃଖଦ ଘଟଣା ।
କୌଣସି ଘଟଣାକୁ ନେଇ ୨୨ ବର୍ଷିୟା ଜସ୍ମିନ ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଗୁରୁତର ହୋଇପଡିଥିଲେ । ତାଙ୍କୁ ବୁର୍ଲା ମେଡିକାଲରେ ଭର୍ତି କରାଯାଇଥିବା ବେଳେ ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଏହି ଖବର ପ୍ରଚାରିତ ହେବା ପରେ ତାଙ୍କ ପରିବାର, ପରିଜନ ଓ କଳାପ୍ରେମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ