
ସମ୍ବଲପୁର, ୨୭ ସେପ୍ଟେମ୍ବର (ହି.ସ.)- ରବିବାର ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ସନ୍ଧ୍ୟା ସୁଦ୍ଧା ପର୍ଯ୍ୟାୟ କ୍ରମେ ଆଉ ୮ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ମୋଟ୍ ୨୮ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।
ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୫ ଲକ୍ଷ ୨୨ ହଜାର ୯୯୨ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୨୮ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୪ ଲକ୍ଷ ୯୩ ହଜାର ୫୭୬ କ୍ୟୁସେକ୍ ବନ୍ୟାଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୮.୩୯ ଫୁଟ୍ ରହିଛି ।
ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ହାରାହାରି ୨.୧୩ ମି.ମି. ଏବଂ ତଳ ମୁଣ୍ଡରେ ହାରାହାରି ୫.୩୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ