
ସମ୍ବଲପୁର, ୨୭ ସେପ୍ଟେମ୍ବର (ହି.ସ.)- ରବିବାର ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ଜଳ ଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ସକାଳ ୭ଟା ୦୫ ରେ ଗୋଟିଏ ଏବଂ ୭ଟା ୧୦ରେ ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ଫଳରେ ସକାଳ ୮ଟା ସୁଦ୍ଧା ମୋଟ୍ ୨୨ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୫ଟି ଏବଂ ଡାହାଣ ପାଶ୍ୱର୍ ଡାଇକ୍ ର ୭ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଆଜି ସକାଳ ୮ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୮.୧୯ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୨୦ ହଜାର ୫୫୧ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୨୨ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୩ ଲକ୍ଷ ୩୦ ହଜାର ୯୩୪ କ୍ୟୁସେକ୍ ବନ୍ୟାଜଳ ନିଷ୍କାସନ ହେଉଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ