ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୭ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ଠାରୁ ଆସନ୍ତା ୨୯ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପା
ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୭ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ଠାରୁ ଆସନ୍ତା ୨୯ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ପରବର୍ତୀ ୫ ଦିନ ପାଇଁ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande