ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଥିଲି ବ୍ଲକ୍ ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ୬ଟି ସ୍ଥାନରେ ଭିଜିଲାନ୍ସର ଏକକାଳୀନ ଚଢ଼ଉ
ମାଲକାନଗିରି, ୨୭ ସେପ୍ଟେମ୍ବର (ହି.ସ.)- ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ଦାଶଙ୍କ ବିରୁଦ୍ଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ରହିଥିଲା। ଏହି ପରିପ୍ରେକ୍ଷୀରେ, ବ୍ରହ୍ମପୁର ସ୍ଥିତ ସ୍ୱତନ୍ତ୍ର ଭିଜିଲାନ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଥିଲି ବ୍ଲକ୍ ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ୬ଟି ସ୍ଥାନରେ ଭିଜିଲାନ୍ସର ଏକକାଳୀନ ଚଢ଼ଉ


ମାଲକାନଗିରି, ୨୭ ସେପ୍ଟେମ୍ବର (ହି.ସ.)- ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ଦାଶଙ୍କ ବିରୁଦ୍ଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ରହିଥିଲା। ଏହି ପରିପ୍ରେକ୍ଷୀରେ, ବ୍ରହ୍ମପୁର ସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆଜି ଏକକାଳୀନ ୬ଟି ସ୍ଥାନରେ ଥିବା ଘରେ ଚଢ଼ଉ କରାଯାଉଛି। ତାଙ୍କର ଭୁବନେଶ୍ଵରର ବରମୁଣ୍ଡା ସ୍ଥିତ ଚାରି ମହଲା ବିଶିଷ୍ଟ କୋଠା, ବ୍ରହ୍ମପୁରର ନୀଳାଚଳ ନଗର ସ୍ଥିତ ଦୁଇ ମହଲା ବିଶିଷ୍ଟ କୋଠା, ଗଞ୍ଜାମ ଜିଲ୍ଲାର ବାସୁଦେବପୁର (ଗୋବରା) ସ୍ଥିତ ଏକ ଘର, ବ୍ରହ୍ମପୁରର ଗଜପତି ନଗର ସ୍ଥିତ ପୈତୃକ ଘର, ମାଲକାନଗିରି ସ୍ଥିତ ଭଡ଼ା ଘର ଓ ମାଲକାନଗିରି ଡିଆରଡିଏ କାର୍ଯ୍ୟାଳୟ ସ୍ଥିତ କକ୍ଷରେ ଚଢ଼ଉ କରାଯାଇଛି।

ଏହି ଚଢ଼ଉରେ ଜଣେ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି।

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande