ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର
ବଲାଙ୍ଗିର, ୨୭ ସେପ୍ଟେମ୍ବର (ହି.ସ.)- ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ବଲାଙ୍ଗୀର ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବାସ୍ଥ୍ୟ
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର ।

ବଲାଙ୍ଗିର, ୨୭ ସେପ୍ଟେମ୍ବର (ହି.ସ.)- ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ବଲାଙ୍ଗୀର ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ସ୍ବାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ଭୀମଭୋଇ ମେଡିକାଲ କଲେଜର ଡାକ୍ତର ରୋନିତ କୁମାର ପଣ୍ଡା ଓ ଡାକ୍ତର ରୋଶନ ଜେନା ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ।

ଏହି ସ୍ବାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିରରେ ୧୦୦ରୁ ଊର୍ଦ୍ଧ୍ଵ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିରଟି ସୁଚାରୁ ରୂପେ ପରିଚାଳିତ ହୋଇଥିଲା।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande