
ଭୁବନେଶ୍ୱର, ୨୮ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ସର୍ବାଧିକ ୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ସୁନ୍ଦରଗଡ଼ ଜିଲ୍ଲାର ପାନପୋଷରେ ୬.୬ ମି.ମି., ରାଉରକେଲାରେ ୬.୬ମି.ମି. , ନୟାଗଡ଼ ଜିଲ୍ଲାର ବାରମୂଳରେ ୨.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ୧.୦ ଏବଂ ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୦.୬ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ