ବିଶ୍ଵ ଜଳାତଙ୍କ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ
ନୂଆପଡ଼ା, ୨୮ ସେପ୍ଟେମ୍ବର (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ଥିତ ପିଏମ୍ ଶ୍ରୀ ରାଜା ଆର୍ତ୍ତତ୍ରାଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଜଳାତଙ୍କ ଦିବସ ଆଜି ପାଳନ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଡ଼ିଆଳ ଅତିରିକ୍ତ ପ୍ରାଣୀ ଚିକିତ୍ସକ ଡାକ୍ତର ହେମଲତା ମେହେର ଯୋ
Awerness campaign khariar


ନୂଆପଡ଼ା, ୨୮ ସେପ୍ଟେମ୍ବର (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ଥିତ ପିଏମ୍ ଶ୍ରୀ ରାଜା ଆର୍ତ୍ତତ୍ରାଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଜଳାତଙ୍କ ଦିବସ ଆଜି ପାଳନ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଡ଼ିଆଳ ଅତିରିକ୍ତ ପ୍ରାଣୀ ଚିକିତ୍ସକ ଡାକ୍ତର ହେମଲତା ମେହେର ଯୋଗଦେଇ ଜଳାତଙ୍କ ରୋଗର କାରଣ, ଲକ୍ଷଣ, ଟୀକାକରଣ ଓ ସେଥିରୁ ରକ୍ଷା ପାଇବାର ବିଭିନ୍ନ ଉପାୟ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ବୁଝେଇଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ସିଆରସିସି ଅରୁଣ କୁମାର ନାଗ, ବିଦ୍ୟାଳୟର ସହକାରୀ ଶିକ୍ଷକ ଗୌରାଙ୍ଗ କୁମାର ସାହୁ, ବିଜ୍ଞାନ ଶିକ୍ଷିକା ରାଜଶ୍ରୀ ଦଣ୍ଡସେନା ଓ ଭିଟି ସରସ୍ୱତୀ ରାଉତ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande