
ଭୁବନେଶ୍ୱର, ୨୮ ସେପ୍ଟେମ୍ବର (ହି.ସ.)- ଭୋଟ ଚୋରି ଘଟଣାରେ ଭାରତର ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ଗିରଫ ଦାବିରେ ସୋମବାର ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା କଂଗ୍ରେସ କମିଟି ସଭାପତି ପ୍ରକାଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଭୁବନେଶ୍ୱର ଏଡିଏମ କାର୍ଯ୍ୟାଳୟ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଶ୍ରୀ ଜେନା କହିଲେ ଯେ ଭାରତର ମୁଖ୍ୟ ନିର୍ବାଚନ କମିସନରଙ୍କ ଏକଚାଟିଆ ନିଷ୍ପତି ସମ୍ପର୍କରେ ଅନ୍ୟ ଦୁଇଜଣ କମିସନର ବାରମ୍ବାର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ସେମାନଙ୍କୁ ଗୁରୁତ୍ୱ ଦିଆଯାଇନଥିଲା । ତେଣୁ ଶ୍ରୀ ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ଗିରଫ ନହେବା ପର୍ଯ୍ୟନ୍ତ ଏହିଭଳି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଶ୍ରୀ ଜେନା କହିଥିଲେ। କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଶ୍ରୀ ଜେନାଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ଏକ ସ୍ମାରକପତ୍ର ଏଡିଏମଙ୍କୁ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ରାମଚନ୍ଦ୍ର ଖୁଂଟିଆ, ଶିବାନନ୍ଦ ରାୟ, କିଶୋର ଜେନା, ମନୋରଞ୍ଜନ ଦାଶ, ବିଶ୍ୱଜିତ ଦାଶ, ଅଶୋକ ଦାସ, ପ୍ରଶାନ୍ତ ଚମ୍ପତି, ମୋହନ ଜେନା, ତରୁଣ ମିଶ୍ର, ମିହିର ଆଚାର୍ଯ୍ୟ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା