
ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ) - ଖୋର୍ଦ୍ଧା ଯାଆଁଳା ଠାରେ ପରିବର୍ଦ୍ଧିତ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦେବ, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀ ବିଶ୍ୱରଞ୍ଜନ ବଡଜେନାଙ୍କ ସମେତ ଦଳୀୟ ପଦାଧିକାରୀ ଓ ଅନ୍ୟ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ସଂଗଠନକୁ ଆହୁରି ସୁଦୃଢ଼ କରିବା ସହ ନୂଆ ଦିଗ ଓ ନୂଆ ସଙ୍କଳ୍ପ ସହ ଆମକୁ ଆଗକୁ ବଢିବାକୁ ହେବ। ସଂଗଠନ ହିଁ ଶକ୍ତି । ଜନସେବା ହିଁ ସଙ୍କଳ୍ପ
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା