
ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୨୯ ତାରିଖ ସକାଳ ଠାରୁ ଆସନ୍ତା ଅକ୍ଟୋବର ୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩୦ ତାରିଖ ସକାଳ ଠାରୁ ଅକ୍ଟୋବର ୧ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲା ଏବଂ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ଜାରି ହୋଇନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ