ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୪୫.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୪୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୩୩.୦ ମି.ମି., ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୪୫.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୪୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୩୩.୦ ମି.ମି., ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ୨୯.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ୨୬.୦ ମି.ମି., ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ୨୨.୪ ମି.ମି., ଗୋସାଣିରେ ୨୨.୦ ମି.ମି., ଢେଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡରେ ୧୯.୮ ମି.ମି., ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୧୭.୦ ମି.ମି., କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲିରେ ୧୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ୧୨.୦ ମି.ମି., କଟକ ଜିଲ୍ଲାର କଂଟାପଡାରେ ୧୦.୦ ମି.ମି., ପୁରୀ ଜିଲ୍ଲାର ବ୍ରହ୍ମଗିରିରେ ୧୦.୦ ମି.ମି. ଏବଂ କଟକ ଜିଲ୍ଲାର କଟକରେ ୯.୨ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande