କାଲି ବନକଲାଗି ନୀତି , ଶ୍ରୀମନ୍ଦିରରେ ୪ ଘଂଟା ଦର୍ଶନ ବନ୍ଦ
ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ) - ଆସନ୍ତାକାଲି (ବୁଧବାର)ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଂଟା ସାଧ।।ରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ
hj


ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ) - ଆସନ୍ତାକାଲି (ବୁଧବାର)ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଂଟା ସାଧ।।ରଣ ଦର୍ଶନ ବନ୍ଦ ରହିବ।

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ତା୩୦.୦୯.୨୦୨୬ରିଖ, ବୁଧବାର ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande