ଖୋଲିଲା ଆଉ ୩ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୭ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୩ ସେପ୍ଟେମ୍ବର (ହି.ସ.)- ଗୁରୁବାର ଦିନ ୧୨ଟା ସୁଦ୍ଧା ମୋଟ୍ ୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ଅପରାହ୍ନ ୧ଟା ୩୦ ସୁଦ୍ଧା ଆଉ ୩ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ଏବେ ମୋଟ୍ ୭ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭ
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୩ ସେପ୍ଟେମ୍ବର (ହି.ସ.)- ଗୁରୁବାର ଦିନ ୧୨ଟା ସୁଦ୍ଧା ମୋଟ୍ ୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ଅପରାହ୍ନ ୧ଟା ୩୦ ସୁଦ୍ଧା ଆଉ ୩ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ଏବେ ମୋଟ୍ ୭ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୫ଟି ଏବଂ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୭.୩୭ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୯ ହଜାର ୫୯୦ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୪ ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୯୮ ହଜାର ୭୬୬ କ୍ୟୁସେକ୍ ବନ୍ୟାଜଳ ନିଷ୍କାସନ ହେଉଛି ।

ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ହାରାହାରି ୧୪.୮୬ ମି.ମି. ଏବଂ ତଳ ମୁଣ୍ଡରେ ହାରାହାରି ୦.୭୧ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande