
ଭୁବନେଶ୍ୱର, ୩ ସେପ୍ଟେମ୍ବର (ହି.ସ.)- ଆଗାମୀ ୬ ଦିନ ଅର୍ଥାତ୍ ୩ ତାରିଖ ସକାଳ ଠାରୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ ।
ସେହିପରି ଭୀଷଣ ବର୍ଷା ନେଇ ଆସନ୍ତା୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ । ଏସବୁ ଜିଲ୍ଲାରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ