
ଭୁବନେଶ୍ୱର, 03 ସେପ୍ଟେମ୍ବର (ହି.ସ.)- ଓୟୁଏଟିର ଏବିଏମଓ
ବାୟୋଇନଫର୍ମାଟିକ୍ସ ବିଭାଗ ମୁଖ୍ୟ ଡ. ସୁକାନ୍ତ ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ
ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି ।
ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ଜାରି କରି
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ଏବିଏମଓ
ବାୟୋଇନଫର୍ମାଟିକ୍ସ ବିଭାଗ ମୁଖ୍ୟ ଡ. ସୁକାନ୍ତ ପ୍ରଧାନଙ୍କ ପରଲୋକ ଖବର ଶୁଣି ମୁଁ ଦୁଃଖିତ।
ଜଣେ ନିଷ୍ଠାପର ଶିକ୍ଷାବିତ୍ ଓ ଗବେଷକ ଭାବେ ଶିକ୍ଷା ତଥା ଗବେଷଣା
କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମହାପ୍ରଭୁ
ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା