ବନ୍ୟାଜଳରେ ବୁଡ଼ିଲା ରାସ୍ତା
ଖୋର୍ଦ୍ଧା, 30 ସେପ୍ଟେମ୍ବର(ହି.ସ.) ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା ରାସ୍ତା ଆଜି ଜଳମଗ୍ନ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ସାଧାରଣ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲୋକଙ୍କ ଯା
Pani


Banya


ଖୋର୍ଦ୍ଧା, 30 ସେପ୍ଟେମ୍ବର(ହି.ସ.) ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା ରାସ୍ତା ଆଜି ଜଳମଗ୍ନ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ସାଧାରଣ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲୋକଙ୍କ ଯାତାୟାତ ପାଇଁ ଡଙ୍ଗାର ବ୍ୟବସ୍ଥା କରାଯାଇଛି। ତେବେ ହିରୁମୂଳ ଗାଁର ଅଧିକାଂଶ ଅଞ୍ଚଳ ଏବେ ମଧ୍ୟ ଜଳମଗ୍ନ ହୋଇନାହିଁ। ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ ନିରନ୍ତର ନଜର ରଖାଯାଇଛି। ଆଜି ହିରୁମୂଳର ୪୪ପରିବାରକୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ବ୍ଲକର ବିଡିଓ ସିଦ୍ଧାର୍ଥ ପଟ୍ଟନାୟକ ସ୍ଥାନୀୟ ସରପଞ୍ଚଙ୍କ ଉପସ୍ଥିତିରେ ସ୍ଥିତି ଅନୁଧ୍ୟାନ କରୁଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande