
ଜୟପୁର, ୦୪ ସେପ୍େଟମ୍ବର (ହି.ସ.) ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ିଅବକାରି ଚଢାଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୨୨ ଶହ ଲିଟର ପୋଚ ଓ ୧୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଅଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।
----------------
---------------
ହିନ୍ଦୁସ୍ଥାନ ସମାଚାର / ପିକେପି