ଆଇଏଏସ ସ୍ତରରେ ଅଦଳବଦଳ, ସୁରେଶ ବଶିଷ୍ଠ ହେଲେ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ
ଭୁବନେଶ୍ୱର, 07 ସେପ୍ଟେମ୍ବର (ହି.ସ.)ରାଜ୍ୟ ସରକାର ଆଇଏଏସ ସ୍ତରରେ ଅଦଳବଦଳ କରି ବରିଷ୍ଠ ଅଧିକାରୀମାନଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି। ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଦକ୍ଷ କରିବା ଲକ୍ଷ୍ୟରେ ଏହି ପରିବର୍ତ୍ତନ କରାଯାଇଛି। ବରିଷ୍ଠ ଆଇଏଏସ ଅଧିକାରୀ ସୁରେଶ ବଶିଷ୍ଠଙ୍କୁ ସାଧାରଣ ପ୍ର
ଆଇଏଏସ ସ୍ତରରେ  ଅଦଳବଦଳ, ସୁରେଶ ବଶିଷ୍ଠ ହେଲେ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ


ଭୁବନେଶ୍ୱର, 07 ସେପ୍ଟେମ୍ବର (ହି.ସ.)ରାଜ୍ୟ ସରକାର ଆଇଏଏସ ସ୍ତରରେ ଅଦଳବଦଳ କରି ବରିଷ୍ଠ ଅଧିକାରୀମାନଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି। ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଦକ୍ଷ କରିବା ଲକ୍ଷ୍ୟରେ ଏହି ପରିବର୍ତ୍ତନ କରାଯାଇଛି।

ବରିଷ୍ଠ ଆଇଏଏସ ଅଧିକାରୀ ସୁରେଶ ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏଥିସହ ସେ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ।

ସେହିପରି ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମର ଅଧ୍ୟକ୍ଷ ଦାୟିତ୍ୱ ପ୍ରଦାନ କରାଯାଇଛି।

ଅନ୍ୟପକ୍ଷରେ ଡା. ବୃନ୍ଦା ଡି. ଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବ୍ୟକ୍ତି ସଶକ୍ତୀକରଣ ବିଭାଗର କମିଶନର ତଥା ଶାସନ ସଚିବ ଦାୟିତ୍ୱ ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande