ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି: ୨୫୧ଟି ଆବେଦନ ପଞ୍ଜିକୃତ, ୫୮ଟିର ସଦ୍ୟ ସମାଧାନ
କେନ୍ଦୁଝର, ୦୭ ସେପ୍ଟେମ୍ବର (ହି.ସ.) - କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍ଠାରେ ଆଜି ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜିଲ୍ଲାର ବିଭିନ୍ନ
Joint grievance


କେନ୍ଦୁଝର, ୦୭ ସେପ୍ଟେମ୍ବର (ହି.ସ.) - କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍ଠାରେ ଆଜି ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶତାଧିକ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ଆଜିର ଏହି ଶିବିରରେ ମୋଟ ୨୫୧ଟି ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା। ଏଥିମଧ୍ୟରୁ ୨୧୨ଟି ବ୍ୟକ୍ତିଗତ ସମସ୍ୟା, ୩୯ଟି ସାମୁହିକ ଅଭିଯୋଗ ଏବଂ ରେଡକ୍ରସ ସହାୟତା ପାଇଁ ୦୭ଟି ଆବେଦନ ଗ୍ରହଣ କରାଯାଇଥିଲା। ଗ୍ରହଣ କରାଯାଇଥିବା ଆବେଦନଗୁଡ଼ିକ ମଧ୍ୟରୁ ୫୮ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଏହି ଶିବିରରେ ଜିଲ୍ଲା ବନଖଣ୍ଡ ଅଧିକାରୀ ଧନରାଜ ହନୁମନ୍ତ ଧାମଧେରେ, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ମନ୍ଦରଧର ମହାଳିକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବୀନ୍ଦ୍ର କୁମାର ପ୍ରଧାନ,ଜିଲ୍ଲା ସହରାଂଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁକାନ୍ତ ମାଝୀଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟମାନେ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ବୁଝିଥିଲେ।

ସୂଚନାଯୋଗ୍ୟ ଯେ, ଜିଲ୍ଲା ପ୍ରଶାସନ ପକ୍ଷରୁ ପରବର୍ତୀ ଅଭିଯୋଗ ଶୁଣାଣିଗୁଡ଼ିକ ବିଭିନ୍ନ ପଂଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ଆସନ୍ତା ୨୧ ସେପ୍େଟମ୍ବର (ସୋମବାର) ଯୋଡ଼ା ପଂଚାୟତ ସମିତି କାର୍ଯ୍ୟାଳୟ ଏବଂ ୨୮ ସେପ୍ଟେମ୍ବର (ସୋମବାର) ସାହାରପଡ଼ା ପଂଚାୟତ ସମିତି କାର୍ଯ୍ୟାଳୟଠାରେ ଏହି ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହେବ।

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande