ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
ବଲାଙ୍ଗିର, ୭ ସେପ୍ଟେମ୍ବର (ହି.ସ.)- ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି. ଉପସ୍ଥିତ ରହି ଜିଲ୍ଲାର ବି
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି


ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି


ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି


ବଲାଙ୍ଗିର, ୭ ସେପ୍ଟେମ୍ବର (ହି.ସ.)- ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି. ଉପସ୍ଥିତ ରହି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ଗାଁରୁ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ସମସ୍ୟା ଉପସ୍ଥାପନ କରିଥିଲେ। ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଦାଖଲ ହୋଇଥିବା ଅଭିଯୋଗପତ୍ର ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ।

ଏହି ଶିବିରରେ ମୋଟ ୧୦୧ଟି ଅଭିଯୋଗପତ୍ର ପଞ୍ଜୀକୃତ ହୋଇଛି। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୮୦ଟି ଏବଂ ସାମୂହିକ ସମସ୍ୟା ସମ୍ବନ୍ଧୀୟ ୨୧ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିବା ବେଳେ ୧୪ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଛି। ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି. ଉପସ୍ଥିତ ରହି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ଗାଁରୁ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ସମସ୍ୟା ଉପସ୍ଥାପନ କରିଥିଲେ। ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଦାଖଲ ହୋଇଥିବା ଅଭିଯୋଗପତ୍ରଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ। ଏହି ଶିବିରରେ ମୋଟ ୧୦୧ଟି ଅଭିଯୋଗପତ୍ର ପଞ୍ଜୀକୃତ ହୋଇଛି। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୮୦ଟି ଏବଂ ସାମୂହିକ ସମସ୍ୟା ସମ୍ବନ୍ଧୀୟ ୨୧ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିବା ବେଳେ ୧୪ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଛି। ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande