
ଭୁବନେଶ୍ୱର, ୭ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆସନ୍ତା ୯ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଅନୁରୂପ ଭାବେ ଭୀଷଣ ବର୍ଷା ସମ୍ଭାବନା ନେଇ ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ