ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୭ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୭
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୭ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲା, ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲା, ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande