
ଭୁବନେଶ୍ୱର, 07 ସେପ୍ଟେମ୍ବର (ହି.ସ.)- ରାଜ୍ୟପାଳଙ୍କ ସହ ସମ୍ବଲପୁରର ଅଧିଷ୍ଠାତ୍ରୀ
ଦେବୀ ମା’ସମଲେଶ୍ୱରୀଙ୍କ ଦର୍ଶନ କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ ମା’ଙ୍କ
ପାଖରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା
କରିଛନ୍ତି ।
ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ଫଟୋ ଜାରି କରିବା
ସହ ଧର୍ମେନ୍ଦ୍ର କହିଛନ୍ତି ଯେ, ଓଡ଼ିଶାର ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କ ସହ ସମ୍ବଲପୁରର
ଅଧିଷ୍ଠାତ୍ରୀ ଦେବୀ ମା’ସମଲେଶ୍ୱରୀଙ୍କ ଦର୍ଶନ କରିବାର ସୌଭାଗ୍ୟ ଲାଭ କଲି । ମା’ଙ୍କ ପାଖରେ
ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା