
ଭୁବନେଶ୍ୱର, ୮ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆସନ୍ତା ୯ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଅନୁରୂପ ଭାବେ ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୨ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ