ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୮ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୮ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ୱାର୍ଣ୍ଣିଂ ଜାରି ହୋଇଛି ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ଗୋଟିଏ ଜିଲ୍ଲା(କୋରାପୁଟ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande