
ଭୁବନେଶ୍ୱର, ୦୮ ସେପ୍ଟେମ୍ବର (ହି.ସ.) - ଖରିଫ ଋତୁରେ ଚାଷୀ ପଞ୍ଜୀକରଣରେ ସର୍ବକାଳୀନ ରେକର୍ଡ ହୋଇଛି । ଧାନ ବିକ୍ରି ପାଇଁ ୨୨ ଲକ୍ଷ ୨୮ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି। ଗତବର୍ଷ ୧୯ ଲକ୍ଷ ୬୭ ହଜାର ଚାଷୀ ପଞ୍ଜୀକରଣ କରିଥିଲେ। ଆମେ ସମସ୍ତ ଚାଷୀଙ୍କ ଠାରୁ ଧାନ କିଣିବୁ କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା