
ଭୁବନେଶ୍ୱର, ୯ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୯ ତାରିଖ ସକାଳ ଠାରୁ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ୱାର୍ଣ୍ଣିଂ ଜାରି ହୋଇଛି ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ