ଗୋଟିଏ ଦିନରେ ୬୫୨ କରୋନା ଆକ୍ରାନ୍ତ ଚିହ୍ନଟ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୬୯୬
ଭୁବନେଶ୍ୱର, ୧୦ ଅକ୍ଟୋବର – ରାଜ୍ୟରେ ଗୋଟିଏ ଦିନରେ ୬୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ
ଗୋଟିଏ ଦିନରେ ୬୫୨ କରୋନା ଆକ୍ରାନ୍ତ ଚିହ୍ନଟ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୬୯୬


ଭୁବନେଶ୍ୱର, ୧୦ ଅକ୍ଟୋବର – ରାଜ୍ୟରେ ଗୋଟିଏ ଦିନରେ ୬୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୬୯୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୩୧୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୦୮୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୫୨ ଜଣଙ୍କ ମଧ୍ୟରୁ ୩୮୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୭୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୩୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱରରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩, ଭଦ୍ରକରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୭୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୬, ଗଂଜାମ ଜିଲ୍ଲାରୁ ୬,ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା

ଖୋର୍ଦ୍ଧାରୁ ୩୩୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୬ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ୧, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍ ପୁଲରୁ ୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ହିନ୍ଦୁସ୍ଥାନ ସମାଚାର /


 rajesh pande