ଗୋଟିଏ ଦିନରେ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮
ଭୁବନେଶ୍ୱର, ୦୨ ଡିସେମ୍ବର – ରାଜ୍ୟରେ ଗୋଟିଏ ଦିନରେ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ
ଗୋଟିଏ ଦିନରେ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮


ଭୁବନେଶ୍ୱର, ୦୨ ଡିସେମ୍ବର – ରାଜ୍ୟରେ ଗୋଟିଏ ଦିନରେ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୫୯୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୬୯୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୩୪ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୫୨ ଜଣଙ୍କ ମଧ୍ୟରୁ ୧୪୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ହିନ୍ଦୁସ୍ଥାନ ସମାଚାର /


 rajesh pande