ପ୍ରଧାନମନ୍ତ୍ରୀ ସୋମବାର ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଆରମ୍ଭ କରିବେ
ନୂଆଦିଲ୍ଲୀ, ୨୬ ସେପ୍ଟେମ୍ବର (ହି.ସ.) - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ସ୍ୱ
ପ୍ରଧାନମନ୍ତ୍ରୀ ସୋମବାର ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଆରମ୍ଭ କରିବେ


ନୂଆଦିଲ୍ଲୀ, ୨୬ ସେପ୍ଟେମ୍ବର (ହି.ସ.) - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଆରମ୍ଭ କରିବେ ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ) ରବିବାର ଦିନ କହିଛି ଯେ, ସେପ୍ଟେମ୍ବର ୨୭ରେ ସକାଳ ୧୧ଟା ସମୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ପିଏମ-ଡିଏଚଏମ ଆରମ୍ଭ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭିଆ ମଧ୍ୟ ଉପସ୍ଥିତ ରହିବେ ।

ହିନ୍ଦୁସ୍ଥାନ ସମାଚାର/ଭାନୁ


 rajesh pande