ନୂଆଦିଲ୍ଲୀ, 13 ଅକ୍ଟୋବର (ହି.ସ.) ହରିଆନାର କୈଥଲରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଂଜୁର କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ହରିଆନାର କୈଥଲରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତାକୁ ପ୍ରଧାନମନ୍ତ୍ରୀ ମଂଜୁର କରିଛନ୍ତି । ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।”
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ