ପୁରୀ, ୨୩ ନଭେମ୍ବର (ହି.ସ.)- ଶ୍ରୀମନ୍ଦିର ରତ୍ନଭଣ୍ଡାରର ସ୍ଥିତି ଯାଂଚ୍ ନେଇ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ.) ପକ୍ଷରୁ କରାଯାଇଥିବା ଜିପିଆର-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଆଜି ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।
ଏନେଇ ନେଇ ସେ ଏକ୍ସ ରେ କରିଥିବା ଟ୍ୱିଟ୍ ରେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀମନ୍ଦିର ରତ୍ନଭଣ୍ଡାରର ସ୍ଥିତି ଯାଂଚ୍ ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ଯ୍ୟ ହାଇଦ୍ରାବାଦ ସ୍ଥିତ ଏନ.ଜି.ଆର.ଆଇ ସହାୟତାରେ କରାଯାଇଥିଲା । ଶ୍ରୀମନ୍ଦିରର ସ୍ଥାୟିତ୍ୱ ଏବଂ ସୁରକ୍ଷା ପ୍ରତି ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ୍ ରହିଛି ବୋଲି ଶ୍ରୀ ପାଢ଼ୀ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ