ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ । ସେ ସର୍ବଦା ଦରିଦ୍ର ଅବହେଳିତ, ଦଳିତଙ୍କ ସେବାକୁ
ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳିତ


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ମହାନ ବିପ୍ଳବୀ,

ସର୍ବୋଦୟ

ନେତା, ବିଶିଷ୍ଟ ଜନନାୟକ ତଥା

ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର

ଅଧିକାରୀ । ସେ ସର୍ବଦା ଦରିଦ୍ର ଅବହେଳିତ,

ଦଳିତଙ୍କ

ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିନେଇଥିଲେ । ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର

ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା । ସେ ସଂଭ୍ରାନ୍ତ ଓ ଜମିଦାର ପରିବାରର ବ୍ୟକ୍ତିଥିଲେ

ମଧ୍ୟ ସମାଜର ଦଳିତ ଓ ନିଷ୍ପେସିତ ବର୍ଗର ଲୋକଙ୍କ ପାଇଁ ସାରା ଜୀବନ ସଂଗ୍ରାମ ଜାରି ରଖିଥିଲେ ।

ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ଅସହଯୋଗ ଆନ୍ଦୋଳନରେ ସେ ଯୋଗଦେଇଥିଲେ । ସେତେବେଳେ ଓଡ଼ିଶାର

ଛାତ୍ର ଓ ଯୁବକମାନଙ୍କ ଭିତରେ ବିପୁଳ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି ହୋଇଥିଲା ।

ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶ

ଦେଶସେବକ ଓ ନିଷ୍ଠାପର କର୍ମୀ ତଥା ଓଡ଼ିଶାର ଦଳିତ,

ଅବହେଳିତ, ନିଷ୍ପେସିତଙ୍କ ପ୍ରକୃତ ବନ୍ଧୁ ଏବଂ

ଜଣେ ବିପ୍ଳବୀ ଜନନାୟକ । ଦୀନହୀନ ଅବସ୍ଥାରେ କାଳାତିପାତ କରୁଥିବା ଚାଷୀମୂଲିଆଙ୍କ ସେବା କରି

ନିଜକୁ ଧନ୍ୟ ମନେ କରୁଥିଲେ । କ୍ଷମତା ନବକୃଷ୍ଣ ଚୌଧୁରୀଙ୍କ ପରି ବ୍ୟକ୍ତିତ୍ୱଙ୍କୁ କରାୟତ

କରିପାରିନଥିଲା ଓ ଦୁର୍ନୀତି ତାଙ୍କୁ ସ୍ପର୍ଶ କରିପାରି ନଥିଲା ।

ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୧୨୩ତମ ଜୟନ୍ତୀ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ

ସିଂହଦେଓ, ଉପମୁଖ୍ୟମନ୍ତ୍ରୀ

ଶ୍ରୀମତୀ ପ୍ରଭାତୀ ପରିଡ଼ା,

ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ

ଶ୍ରୀ ସୂର୍ଯ୍ୟବଂଶୀ ସୂରଜ,

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ

ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ,

ସମବାୟ

ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ,

ପୂର୍ବତନ

ବିଧାୟକ ଶ୍ରୀ ଯଜ୍ଞେଶ୍ୱର ବାବୁ,

ଉତ୍କଳ

ସମ୍ମିଳନୀର ବରିଷ୍ଠ ସଦସ୍ୟ ଓ ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ ବିଧାନସଭା ପରିସରରେ ଥିବା

ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀବୃନ୍ଦ

ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande