କେନ୍ଦ୍ରାପଡ଼ାରେ ମିଳିତ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡ଼ା, ୦୪ ନଭେମ୍ବର(ହି.ସ.) – କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ୍‌ହଲ୍ ଠାରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ
କେନ୍ଦ୍ରାପଡ଼ାରେ ମିଳିତ ଅଭିଯୋଗ ଶୁଣାଣି ଶିବିର


କେନ୍ଦ୍ରାପଡ଼ା, ୦୪ ନଭେମ୍ବର(ହି.ସ.) – କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ୍‌ହଲ୍ ଠାରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନୀଲୁ ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ, ଅତିରିକ୍ତ ଉପ-ଜିଲ୍ଲାପାଳ ଅଶୋକ କୁମାର ଦାସ, କେନ୍ଦ୍ରାପଡ଼ା ଅତିରିକ୍ତ ତହସିଲଦାର କୁମୁଦିନୀ ଜେନା ଓ ବିଡିଓ ବନ୍ଦନା ଖଟୁଆ, ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ, ଡେପୁଟି କଲେକ୍ଟର ପଲ୍ଲବୀ ପାତ୍ର, ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଂଟ୍‌ର ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଅଭିଯୋଗ ଶୁଣାଣିରେ ସହାୟତା କରିଥିଲେ ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ, ଡେପୁଟି କଲେକ୍ଟର ପଲ୍ଲବୀ ପାତ୍ର, ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଂଟ୍‌ର ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଅଭିଯୋଗ ଶୁଣାଣୀରେ ସହାୟତା କରିଥିଲେ। ଆଜିର ଅଭିଯୋଗ ଶୁଣାଣିରେ ମୋଟ୍ ୧୮୨ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲାବେଳେ ସେଥିମଧ୍ୟରୁ ୧୮ ଗୋଟି ସାମୁହିକ ଏବଂ ୧୬୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୬୮,୦୦୦/- ଟଙ୍କା ୧୦ ଜଣ ଆବେଦନକାରୀଙ୍କୁ ଦେବାପାଇଁ ଜିଲ୍ଲାପାଳ ମଞ୍ଜୁର କରିଥିବାବେଳେ ରେଡ୍‌କ୍ରସ୍ ପାଣ୍ଠିରୁ ରାଜକନିକା ବ୍ଲକର ଯଶିପୁରର ପ୍ରତାପ ମଲ୍ଲିକଙ୍କୁ ଚିକିତ୍ସା ସହାୟତା ବାବଦରେ ୩,୦୦୦/- ଟଙ୍କାର ଚେକ୍ ପ୍ରଦାନ ପାଇଁ ମଞ୍ଜୁର କରିଛନ୍ତି। ସମସ୍ତ ଅଭିଯୋଗର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ, ପାରିବାରିକ ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭୂମିହିନ ପଟ୍ଟା, ଚିକିତ୍ସା ପାଇଁ ଆର୍ôଥକ ସହାୟତା, ଉଚ୍ଚଶିକ୍ଷା ପାଇଁ ଆର୍ôଥକ ସହାୟତା, ରାସନ୍ କାର୍ଡ଼ ପ୍ରଦାନ, ଫୌଜଦାରୀ ମକଦ୍ଦମା, ବାର୍ଦ୍ଧକ୍ୟ ଭତା, ଜମି ସମସ୍ୟା, ବିଦ୍ୟୁତ ଯୋଗାଣ, ଫେରିଘାଟ ନିଲାମ, କଳାକାର ଭତା, ବାତ୍ୟା ଦାନାରେ ଘର ଭଙ୍ଗା ସହାୟତା ପ୍ରଦାନ ନିମନ୍ତେ ଆବେଦନ ପତ୍ର ଆଦି ଦରଖାସ୍ତଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା। ସେହିପରି ସାମୁହିକ ଅଭିଯୋଗ ମଧ୍ୟରେ ପୋଲ ଓ ରାସ୍ତା ନିର୍ମାଣ, ଷ୍ଟ୍ରିଟ ଲାଇଟ୍ କାର୍ଯ୍ୟକ୍ଷମ କରିବା, ଜଳ ନିଷ୍କାସନ, ଗ୍ରାମ୍ୟ ରାସ୍ତା ମରାମତି ଓ ନିର୍ମାଣ, ପାନୀୟ ଜଳ ଯୋଗାଣ, ଶିକ୍ଷକ ନିଯୁକ୍ତି, କେନାଲ ମାଧ୍ୟମରେ ଜଳ ଯୋଗାଣ, ନୂତନ କେନାଲ ନିର୍ମାଣ, ସରକାରୀ ଜମି ଅବରୋଧ ହଟାଇବା ଆଦି ଅଭିଯୋଗଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା। ଏଗୁଡ଼ିକର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ହିନ୍ଦୁସ୍ଥାନ ସମାଚାର/ରବି/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande