ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ବିଭିନ୍ନ ଦାବି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 22 ଡିସେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ରାଜ୍ୟ ପକ୍ଷରୁ ବିଭିନ୍ନ ଦାବି ରଖିଛନ୍ତି । ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ ପାଇଁ ଅଧିକ ଅର୍ଥର ଆବଶ୍ୟକତା ପ
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ବିଭିନ୍ନ ଦାବି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 22 ଡିସେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ରାଜ୍ୟ ପକ୍ଷରୁ ବିଭିନ୍ନ ଦାବି ରଖିଛନ୍ତି । ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ ପାଇଁ ଅଧିକ ଅର୍ଥର ଆବଶ୍ୟକତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା ଶ୍ରୀ ମାଝୀ ସୂଚନା ଦେଇଛନ୍ତି ।

ପୁଞ୍ଜି ନିବେଶ ପାଇଁ ସ୍ୱତନ୍ତ୍ର ଆର୍ଥିକ ସହାୟତା, ସହରୀକରଣ ପାଇଁ ମାଷ୍ଟରପ୍ଲାନ ସହାୟତା, ଦକ୍ଷିଣ ଓ ପଞ୍ଚିମ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି।

ମୁଖ୍ୟମନ୍ତ୍ରୀ ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ମଧ୍ୟ ଦାବି କରି ଥିବା ଜଣା ପଡିଛି । ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ଅଧିକ ପୁଞ୍ଜି ନିବେଶ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଦେବାକୁ କେନ୍ଦ୍ରକୁ ନିବେଦନ କରିଛନ୍ତି ଏହାବ୍ୟତୀତ ଜଳ ଜୀବନ ମିଶନ ଅଧୀନରେ ଅଧିକ ଅର୍ଥ ଏବଂ ବାକି ପଡ଼ିଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରବାକୁ ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିବା ସୂଚନା ମିଳିଛି ।

ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ, ୨୦୨୫-୨୬ ଆର୍ଥିକ ବର୍ଷର ପ୍ରାକ୍ ବଜେଟ୍ ପ୍ରସ୍ତୁତି ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନେତୃତ୍ୱରେ ବସିଥିଲା ବୈଠକ। ଏଥିରେ ବିଭିନ୍ନ ରାଜ୍ୟର ଅର୍ଥମନ୍ତ୍ରୀ ମଧ୍ୟ ଯୋଗଦେଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande