ଝାରସୁଗୁଡା ନୌକାବୁଡି ଘଟଣାରେ ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି
ଭୁବନେଶ୍ୱର, 20 ଏପ୍ରିଲ (ହି.ସ.) - ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ବୁଡିରେ ଏକାଧିକ ଲୋକଙ୍କ
ଝାରସୁଗୁଡା ନୌକାବୁଡି ଘଟଣାରେ ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି


ଭୁବନେଶ୍ୱର, 20 ଏପ୍ରିଲ (ହି.ସ.) - ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ବୁଡିରେ ଏକାଧିକ ଲୋକଙ୍କ ପ୍ରାଣହାନି ଘଟଣାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦୁଃଖ ପ୍ରକାଶ କରିଛନ୍ତି ।

ସୋସିଆଲ ସାଇଟ୍ ଏକ୍ସରେ ରାଷ୍ଟ୍ରପତି ଲେଖିଛନ୍ତି : ଓଡ଼ିଶାର ଝାରସୁଗୁଡ଼ା ନିକଟରେ ମହାନଦୀରେ ନୌକାବୁଡ଼ି ହେବା ଯୋଗୁଁ ଅନେକ ଲୋକଙ୍କର ପ୍ରାଣହାନି ଘଟିଛି ଜାଣି ମୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରଗୁଡ଼ିକ ପ୍ରତି ମୁଁ ସମବେଦନା ଜ୍ଞାପନ କରୁଛି । ନୌକାବୁଡ଼ିରେ ଆଘାତପ୍ରାପ୍ତ ଲୋକମାନଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ


 rajesh pande