ଆସନ୍ତା କାଲି ରାହୁଲଙ୍କ ଓଡିଶା ଗସ୍ତ
ଭୁବନେଶ୍ୱର, 27 ଏପ୍ରିଲ - କଂଗ୍ରେସ ନେତା ରାହୁଲ ଗାନ୍ଧି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି । ଆସନ୍ତାକାଲି ସେ ଦିନ ୧୧ଟା
ଆସନ୍ତା କାଲି ରାହୁଲଙ୍କ ଓଡିଶା ଗସ୍ତ


ଭୁବନେଶ୍ୱର, 27 ଏପ୍ରିଲ - କଂଗ୍ରେସ ନେତା ରାହୁଲ ଗାନ୍ଧି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି । ଆସନ୍ତାକାଲି ସେ ଦିନ ୧୧ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ଦଳୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ସେ ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଟକର ସତ୍ୟଭାମାପୁର ଯିବେ । ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ସତ୍ୟଭାମାପୁରରୁ ହେଲିକପ୍ଟର ଯୋଗେ ସାଲେପୁର ଯିବେ । ଦିନ ୧୨ଟା ୨୫ରୁ ୧ଟା ୪୫ ଯାଏଁ ସାଲେପୁରରେ ସାଧାରଣ ସଭାରେ ଯୋଗଦେବେ । ଏହାପରେ ଭୁବନେଶ୍ୱର ଫେରିବା କାର୍ଯ୍ୟକ୍ରମ ରହିଛି ।

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ/ବନ୍ଦନା


 rajesh pande