ଷଷ୍ଠ ଥର ପାଇଁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ, ୩୦ ଅପ୍ରେଲ (ହି.ସ.)- ଆଜି ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ଦିନ ପ୍ରାୟ ୧୨ଟା ୩୦ ମିନିଟ୍ ସମ
ଷଷ୍ଠ ଥର ପାଇଁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ


ଗଞ୍ଜାମ, ୩୦ ଅପ୍ରେଲ (ହି.ସ.)- ଆଜି ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ଦିନ ପ୍ରାୟ ୧୨ଟା ୩୦ ମିନିଟ୍ ସମୟରେ ଉପଜିଲ୍ଲାପାଳଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ବିଧାନସଭା ଆସନରୁ ବିଜେଡ଼ି ପ୍ରାର୍ଥୀ ଭାବେ ସେ ନିର୍ବାଚନ ଲଢ଼ୁଛନ୍ତି । ମଇ ୨୦ ତାରିଖ ଦ୍ଵିତୀୟ ପର୍ଯ୍ୟାୟରେ ଏହି ଆସନରେ ଭୋଟ୍ ଗ୍ରହଣ କରାଯିବ ।

ଏଠାରେ ଉଲ୍ଲେଖଯୋଗ୍ୟ, ଷଷ୍ଠ ଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢୁଛନ୍ତି । ଆଜି ନାମାଙ୍କନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମା ତାରାତାରିଣୀଙ୍କ ମନ୍ଦିରରେ ପହଂଚି ମାଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ମୁଖ୍ୟମନ୍ତ୍ରୀ ପ୍ରାର୍ଥୀପତ୍ର ଦାଖଲ କରିବା ସମୟରେ ଜିଲ୍ଲାର ତୁଙ୍ଗ ନେତୃମଣ୍ଡଳିଙ୍କ ସହ ହଜାର ହଜାର ସଂଖ୍ୟାରେ କର୍ମକର୍ତା ଓ ସମର୍ଥକଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଏହି ଅବସରରେ ସେଠାରେ ବିଜେଡ଼ି ନେତା ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର/ହୃଷୀକେଶ/ପ୍ରଦୀପ୍ତ/ସମନ୍ୱୟ


 rajesh pande