ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ
ଭୁବନେଶ୍ୱର, ୦୨ ମଇ - ଅନୁଭବ ପଟ୍ଟନାୟକ ଗୁରୁବାର ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫ
ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ


ଭୁବନେଶ୍ୱର, ୦୨ ମଇ - ଅନୁଭବ ପଟ୍ଟନାୟକ ଗୁରୁବାର ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି । ଖଣ୍ଡପଡା ଆସନରୁ ଆଶାୟୀ ଥିବା ଅନୁଭବଙ୍କୁ ଟିକେଟ ନମିଳିବାରୁ ସେ ବିଜେଡିରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି ।

ଗତ ୨୦୧୪ ସାଧାରଣ ନିର୍ବାଚନରେ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡିରୁ ପ୍ରାର୍ଥୀ ହୋଇଥିଲେ ଅନୁଭବ ପଟ୍ଟନାୟକ । ସେ ବିଜୟୀ ମଧ୍ୟ ହୋଇଥିଲେ । ହେଲେ ୨୦୧୯ରେ ତାଙ୍କୁ ବିଜେଡି ପ୍ରାର୍ଥୀ କରିନଥିଲା । ତାଙ୍କ ସ୍ଥାନରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା ।

ନିଜ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି, ଦୀର୍ଘ ୪୦ ବର୍ଷ ହେଲା ତାଙ୍କ ପରିବାର ଖଣ୍ଡପଡ଼ାରେ ଦଳର ସଙ୍ଗଠନକୁ ସୁଦୃଢ କରିବାକୁ ଚେଷ୍ଟିତ ରହିଛନ୍ତି । ପ୍ରତି ନିର୍ବାଚନରେ ମଧ୍ୟ ସେ ଦଳକୁ ଜିତାଇବାକୁ କାମ କରିଛନ୍ତି । ହେଲେ ଏହାସତ୍ୱେ ମଧ୍ୟ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇନଥିଲା । ହେଲେ ତା ପରେ ବି ସେ ଦଳ ପାଇ ନିଜର କର୍ତବ୍ୟ ପାଳନ କରିଆସୁଥିଲେ । ୨୦୨୪ରେ ମଧ୍ୟ ଟିକେଟ୍ ନଦିଆଯାଇ ତାଙ୍କ ପ୍ରତି ପୁଣିଥରେ ଅନ୍ୟାୟ କରାଯାଇଛି ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ


 rajesh pande