କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି
- ଦେବଗଡ଼ ଆସନରେ ପ୍ରାର୍ଥୀ ବଦଳାଇଲା ଭୁବନେଶ୍ୱର, 2 ମଇ (ହି.ସ.) - ବିଜେଡି ପକ୍ଷରୁ ବାକି ଥିବା ଆଉ ୩ଟି ବିଧାନସଭା
କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି


- ଦେବଗଡ଼ ଆସନରେ ପ୍ରାର୍ଥୀ ବଦଳାଇଲା

ଭୁବନେଶ୍ୱର, 2 ମଇ (ହି.ସ.) - ବିଜେଡି ପକ୍ଷରୁ ବାକି ଥିବା ଆଉ ୩ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରୁ ବିଧାନସଭା ପ୍ରାର୍ଥୀ ଘୋଷଣା କରାଯାଇଛି । ଏହା ବ୍ୟତୀତ ଦେବଗଡ଼ ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତନ କରିଛି ବିଜେଡି । ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି ।

କୋରେଇରୁ ସନ୍ଧ୍ୟାରାଣୀ ଦାସ ପ୍ରାର୍ଥୀ ଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରି ଆସନରୁ ସୁକାନ୍ତ କୁମାର ନାୟକଙ୍କୁ ପ୍ରାର୍ଥୀ କରାଯାଇଛି । ସନ୍ଧ୍ୟାରାଣୀ ଦାସ ହେଉଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମା’ ।

ସେହିପରି ଦେବଗଡ଼ ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତନ କରାଯାଇଛି । ଦେବଗଡ଼ ବିଧାନସଭା ପ୍ରାର୍ଥୀ ଅରୁନ୍ଧତୀ ଦେବୀଙ୍କ ବଦଳରେ ରୋମାଂଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ କରାଯାଇଛି ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ


 rajesh pande