ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ମଇ (ହି.ସ.)- ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ
ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ମଇ (ହି.ସ.)- ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ମୋର ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ବୁଦ୍ଧଙ୍କ ଦ୍ୱାରା ପ୍ରଦର୍ଶିତ ପଥ ଓ ତାଙ୍କ ବିଚାର ସଭିଙ୍କୁ ଅହିଂସା, ସତ୍ୟ ଏବଂ ନ୍ୟାୟ ମାର୍ଗରେ ନେଇ ସମସ୍ତଙ୍କ ଜୀବନରେ ଖୁସି ଭରିଦେଉ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande