ହେମନ୍ତ ବିଶ୍ୱଶର୍ମାଙ୍କ ଓଡିଶା ଗସ୍ତ ଆଜି
ଭୁବନେଶ୍ୱର, 23ମଇ (ହି.ସ.)ଆଜି ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କ
ହେମନ୍ତ ବିଶ୍ୱଶର୍ମାଙ୍କ ଓଡିଶା ଗସ୍ତ ଆଜି


ଭୁବନେଶ୍ୱର, 23ମଇ (ହି.ସ.)ଆଜି ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ । ଏହାପରେ ସକାଳ ୦୯.୧୫ରେ ସମ୍ବଲପୁରଠାରେ ଥିବା ସ୍ୱର୍ଗତଃ ଲକ୍ଷ୍ମୀନାଥ ବେଜବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ । ଶ୍ରୀ ବିଶ୍ୱଶର୍ମା ଦେବଗଡଠାରେ ପୂର୍ବାହ୍ନ୧୦.୩୦ରେ ‘ରୋଡ୍ ଶୋ’ରେ ଯୋଗ ଦେବେ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ପ୍ରାର୍ଥୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ । ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ଣ ୧.୩୦ରେ ଚଂପୁଆ ନିର୍ବାଚନମଣ୍ଡଳୀର ବଡବିଲ, ଅପରାହ୍ଣ ୩ଟାରେ ଚୌଦ୍ୱାର ଏବଂ ଅପରାହ୍ଣ ୪ଟାରେ ବଡମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।

ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ


 rajesh pande