ଆଜି ଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଦେଶ ମନ୍ତ୍ରୀ ଡା.ଏସ୍ ଜୟଶଙ୍କର
ଭୁବନେଶ୍ୱର, 04 ମଇ (ହି.ସ.) ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମ
ଆଜି ଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଦେଶ ମନ୍ତ୍ରୀ ଡା.ଏସ୍ ଜୟଶଙ୍କର


ଭୁବନେଶ୍ୱର, 04 ମଇ (ହି.ସ.) ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମୁଖ୍ୟ ପ୍ରସଙ୍ଗ କରି ନିର୍ବାଚନରେ ଲଢ଼େଇ କରିବ । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଉଭୟ କେନ୍ଦ୍ର ଓ ଓଡିଶାରେ ବିଜେପିର ସରକାର ଗଠନ ହେବ । ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ ଆସନ୍ତା କାଲି କେନ୍ଦ୍ର ବୈଦେଶୀକ ବ୍ୟାପାର ମନ୍ତ୍ରୀ ଡା.ଏସ୍ ଜୟଶଙ୍କର ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ଡ.ଜୟଶଂକର ଭୁବନେଶ୍ୱରଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେବା ସହିତ ସଂଧ୍ୟାରେ ବୁଦ୍ଧିଜୀବି ସମ୍ମିଳନୀକୁ ସମ୍ବୋଧନ କରିବେ । ଶ୍ରୀ ଜୟଶଂକର ଆସନ୍ତା ୫ ତାରିଖ ଦିନ କଟକଠାରେ ଅନୁଷ୍ଠିତ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

ସେହିପରି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା ଆସନ୍ତା ୫ତାରିଖରେ ଭୁବନେଶ୍ୱର ଓ କଟକଠାରେ ଅନୁଷ୍ଠିତ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ


 rajesh pande