ଓଡ଼ିଶାରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର
ଭୁବନେଶ୍ୱର, 04 ମଇ – କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ ଜୟଶଙ୍କର ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଭୁବନେଶ
ଓଡ଼ିଶାରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର


ଭୁବନେଶ୍ୱର, 04 ମଇ – କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ ଜୟଶଙ୍କର ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଭୁବନେଶ୍ୱରରେ ଆସି ପହଂଚିଛନ୍ତି । ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ଅନ୍ୟ ବିଜେପି ନେତା ମାନେ ତାଙ୍କର ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱାଗତ କରିଛନ୍ତି ।

ବିଜେପି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଡ.ଜୟଶଂକର ଭୁବନେଶ୍ୱରଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେବା ସହିତ ସଂଧ୍ୟାରେ ବୁଦ୍ଧିଜୀବି ସମ୍ମିଳନୀକୁ ସମ୍ବୋଧନ କରିବେ । ଶ୍ରୀ ଜୟଶଂକର ଆସନ୍ତା ୫ ତାରିଖ ଦିନ କଟକଠାରେ ଅନୁଷ୍ଠିତ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ ।

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ/ବନ୍ଦନା


 rajesh pande