କେଜରିୱାଲଙ୍କ ବିରୁଦ୍ଧ ଦିଲ୍ଲୀ ମଦ ନୀତି ଘୋଟାଲା ମାମଲାରେ ଚାର୍ଜସିଟ ଦାଖଲ କରିବ ଇଡି
ନୂଆଦିଲ୍ଲୀ, 9 ମଇ (ହି.ସ.)- ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସଙ୍କଟ ବଢିବାରେ ଲାଗିଛି । ପ୍ରବର୍ତ୍ତନ ନ
କେଜରିୱାଲଙ୍କ ବିରୁଦ୍ଧ ଦିଲ୍ଲୀ ମଦ ନୀତି ଘୋଟାଲା ମାମଲାରେ ଚାର୍ଜସିଟ ଦାଖଲ କରିବ ଇଡି


ନୂଆଦିଲ୍ଲୀ, 9 ମଇ (ହି.ସ.)- ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସଙ୍କଟ ବଢିବାରେ ଲାଗିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦିଲ୍ଲୀ ମଦ ନୀତି ଘୋଟାଲା ମାମଲାରେ ଅରବିନ୍ଦ କେଜରିୱାଲଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ କରିପାରେ । ଏହା ପ୍ରଥମ ଥର କୌଣସି ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ ହେବ । ଏବେ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦ ଅଛନ୍ତି ।

ସୂତ୍ର ମୁତାବକ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମେ 10 ତାରିଖରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ କରିପାରେ । କେଜରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାର୍ଚ୍ଚ 21ରେ ଦିଲ୍ଲୀ ଅବକାରୀ ଘୋଟାଲା ମାମଲାରେ ଗିରଫ କରିଥିଲା ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande