ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 11 ଜୁନ (ହି.ସ.) - ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ
ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 11 ଜୁନ (ହି.ସ.) - ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡାଙ୍କୁ ମଧ୍ୟ ଶ୍ରୀ ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି ।

ସୋସିଆଲ ସାଇଟ୍ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ପାଇଁ ଚୟନ ହୋଇଥିବା କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କୁ ଶୁଭେଚ୍ଛା । ଆଜି ଜଣେ ଓଡ଼ିଆ ପୁଅ ହିଁ ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରରେ ଆଦିବାସୀଙ୍କୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥିବା ବେଳେ ଶ୍ରୀ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯିବା ସ୍ୱାଗତଯୋଗ୍ୟ ।

ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଭାବରେ ମନୋନୀତ ହୋଇଥିବା କେ ଭି ସିଂହଦେଓ ଓ ପ୍ରଭାତୀ ପରିଡାଙ୍କୁ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ଆପଣ ମାନଙ୍କ ନେତୃତ୍ୱରେ ‘ବିକଶିତ ଓଡ଼ିଶା’ ଗଠନ ହେବା ସହ ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ । ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ବିଜେପି ପ୍ରତିଶ୍ରୁତିବଦ୍ଧ । ଆଜିର ନିଷ୍ପତି ପାଇଁ ମୁଁ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ, ବିଜେପିର ଶୀର୍ଷ ନେତୃତ୍ୱ ଏବଂ ରାଜ୍ୟ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଉଛି ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ


 rajesh pande