ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଆଗାମୀ ୨ଦିନ ମଧ୍ୟରେ ଓଡ଼ିଶାର ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍
ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଆଗାମୀ ୨ଦିନ ମଧ୍ୟରେ ଓଡ଼ିଶାର ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।

ସେହିପରି ୧୨ ତାରିଖ ସକାଳ ୮ଟା ୩୦ରୁ ୧୩ ତାରିଖ ସକାଳ ୮ଟା ୩୦ ସୁଦ୍ଧା ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ପୁରୀ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande